ଲଘୁଚାପକୁ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ….

ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ମୋଟ ୧୪ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ଦିନରେ ଏହି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।  ସୂଚନା ଅନୁସାରେ, ରାଜ୍ୟର ମୋଟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପ୍ରକାଶ କରିଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଏ ନେଇ ସତର୍କ କରାଯାଇଛି । ଏଥିସହିତ ଗଜପତି, ନୟାଗଡ, ଗଞ୍ଜାମ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।