ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।