ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ନେଇ ୧୬ ଜିଲ୍ଲାକୁ ସତର୍କ ସୂଚନା । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ବଜ୍ରପାତ ନେଇ ପାଣିପାଗ ବିଭଗ ପକ୍ଷରୁ ସତର୍କ ସୂଚନା ।