୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ: ହୋଇପାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର : ଉତ୍ତର ଓ ପୂର୍ବ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି KeòQò।

ସୂଚନା ଅନୁସାରେ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଦୁଇରୁ ତିନି ଦିନ ହେବ ଶୀତର ପ୍ରକୋପ କମ୍ ରହିଛି। ଗତକାଲି ରାତିରେ କିଛି ଜିଲ୍ଲାରେ ବର୍ଷା ହୋଇଥିବା ସୂଚନା ମିଳିଛି।