ଭୁବନେଶ୍ୱର: ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା । ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ।
୫ ହଜାର କୋଟିରୁ ଅଧିକ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କଖାତାକୁ ଯିବ । ପୁରୀ ତାଳବଣିଆରୁ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ । ସେହି ସମାବେଶରେ ମୁଖ୍ୟମନ୍ତ୍ରୀ ସମସ୍ତ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିବେ ।
୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା । ଯେଉଁମାନଙ୍କୁ ୨୧ ବର୍ଷ ହେବ ସେମାନେ ଉକ୍ତ ଯୋଜନାରେ ସାମିଲ ହେବେ । ୬୦ ଟପିଲେ ପେନ୍ସନ ଲିଷ୍ଟକୁ ଯିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।