କେନ୍ଦ୍ର ଖାଉଟି କଲ୍ୟାଣ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସଂସଦୀୟ ଦଳ

ନୂଆଦିଲ୍ଲୀ: ବିଭିନ୍ନ ଦାବି ନେଇ କେନ୍ଦ୍ର ଖାଉଟି କଲ୍ୟାଣ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସଂସଦୀୟ ଦଳ । ବକେୟା ସବସିଡି ଟଙ୍କା ପ୍ରଦାନ ଓ ବଳକା ଚାଉଳ କିଣିବା ପ୍ରସଙ୍ଗରେ ବିଜେଡି ସଂସଦୀୟ ଦଳ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଆଜି ଅପରାହ୍ନରେ ବିଜେଡି ସଂସଦୀୟ ଦଳ ମନ୍ତ୍ରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରସନ୍ନ ଆଚାର୍ଯ୍ୟ, ମୁନ୍ନା ଖାଁ, ଚନ୍ଦ୍ରାଣୀ ମୁର୍ମୁ, ଅନୁଭବ ମହାନ୍ତି, ସସ୍ମିତ ପାତ୍ର, ଅମର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହ ଅଖା ଅଭାବ ପ୍ରସଙ୍ଗ ମଧ୍ୟ ଉଠାଇଛନ୍ତି ବିଜେଡି ସାଂସଦ। ଦାବି ପୂରଣ ଦିଗରେ ଆବଶ୍ୟକ ସହଯୋଗ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ଗୋୟଲ ।