ପଦ୍ମପୁର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା….

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଦୀପ ପୁରୋହିତଙ୍କ ନାଁ ଘୋଷଣା ହୋଇଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରଦୀପଙ୍କ ନାଁ ଘୋଷଣା ହୋଇଥିବା ବେଳେ ପୂର୍ବରୁ ପ୍ରଦୀପଙ୍କ ନାଁ ଘୋଷଣା ହେବା ନେଇ ଦଳ ପକ୍ଷରୁ କୁହାଯାଇଥିଲା ।

ଗତକାଲି ବିଜେପି ବିଧାୟିକା କୁସୁମ ଟେଟେ ଏନେଇ ସୂଚନା ଦେଇଥିଲେ । ପଦ୍ମପୁର ଉପ ନିର୍ବାଚନ ପାଇଁ ଆସନ୍ତା ୧୪ ତାରିଖରେ ପ୍ରଦୀପ ପୁରୋହିତ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସେ କହିଛନ୍ତି । ନଭେମ୍ବର ୧୭ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ନଭେମ୍ବର ୨୧ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିହେବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି । ଡିସେମ୍ବର ୫ ତାରିଖରେ ଭୋଟ ଗ୍ରହଣ ହେବ। ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି ହେବା ସହ ସେହିଦିନ ହିଁ ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।