ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ , ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗଣତି ପ୍ରକ୍ରିୟାକୁ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ କରିବାକୁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଭୋଟ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମୋଟ ୧୪ ଗୋଟି ଟେବୁଲ୍ ରହିଥିବା ବେଳେ ୨୬ ରାଉଣ୍ଡ ଗଣତି ହେବ ।
ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ୍ ଗଣତି, ଅଧା ଘଣ୍ଟା ପରେ ଇଭିଏମ ଗଣତି ହେବ । ପ୍ରତ୍ୟେକ ଟେବୁଲ୍ ରେ ଜଣେ ଗଣତି ସହକାରୀ ଅଧିକାରୀ, ଗଣତି ସୂପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ରହିବେ । ଜନସାଧାରଣଙ୍କ ପାଇଁ ମଧ୍ୟ ଡ଼ାକବାଜି ସାହାଯ୍ୟରେ ଘୋଷଣା କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।