ଆଜି ଶପଥ ନେବେ ଗୁଜରାଟ ମୁଖ୍ୟମନ୍ତ୍ରୀ

ଗାନ୍ଧୀନଗର: ଆଜି ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୂପେନ୍ଦ୍ର ପଟେଲ । ଅପରାହ୍ଣ ୨ଟା​‌ରେ ଭୂପେନ୍ଦ୍ର ଦ୍ୱିତୀୟ ଥର ପାଇଁ ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି । ଶପଥ ଗ୍ରହଣ ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଅହମ୍ମଦାବାଦରେ ପହଞ୍ଚିଛନ୍ତି । ଶପଥ ଗ୍ରହଣ ସମାରୋହରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ବିଜେପି ନେତୃତ୍ୱାଧୀନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ସାମିଲ ହେବେ ବୋଲି କୁହାଯାଇଛି । ଦଳର ନେତା ଭୂପେନ୍ଦ୍ର ପଟେଲ ଅନ୍ୟ ୨୦ ଜଣ କ୍ୟାବିନେଟ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।