ମନମୋହନ ସାମଲ ହେଲେ ବିଜେପିର ନୂଆ ରାଜ୍ୟ ସଭାପତି

ଭୁବେନେଶ୍ଵର :ମନମୋହନ ସାମଲ ହେଲେ ରାଜ୍ୟ ବିଜେପିର ନୂଆ ସଭାପତି । ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଗୁରୁଦାୟିତ୍ୱ ଦେଇଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି । ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି। ମନମୋହନଙ୍କ ନେତୃତ୍ୱରେ ବିଜେପି ରାଜ୍ୟରେ ନିର୍ବାଚନୀ ବୈତରଣୀ ପାର ହେବାକୁ ଯୋଜନା କରୁଥିବା ସଙ୍କେତ ମିଳିଛି।