ଓଡିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଘୋଷଣା

ସସପେନ୍ସ ଉପରୁ ଉଠିଛି ପରଦା । ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ ସେ ଆସନ୍ତାକାଲି ଅପରାହ୍ନ ୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଶେଷରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛନ୍ତି ବିଜେପିର ଦୁଇ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ।

ମୋହନ ଚରଣ ମାଝି ହେବେ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଏଥିସହିତ ୨ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ଶ ନୂଆ ସରକାରରେ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ । ଏନେଇ ଦଳର ଦୁଇ ପର୍ଯ୍ୟବେକ୍ଷକ ଘୋଷଣା କରିଛନ୍ତି । ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣାକୁ ନେଇ ବେଶ୍ କଳ୍ପନାଜଳ୍ପନା ପ୍ରକାଶ ପାଇଥିବା ପାଇଥିବା ବେଳେ ଏବେ ନାମ ଘୋଷଣା ସରିବା ପରେ ଉକ୍ତ ଚର୍ଚ୍ଚାର ଅବସାନ ଘଟିଛି ।