ସୁରମା ପାଢୀ ଓଡ଼ିଶା ବିଧାନସଭା ବାଚସ୍ପତି

ବିଜେପି ବିଧାୟକ ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି । ରଣପୁର ବିଧାନସଭା ଆସନରୁ ହେଇଛନ୍ତି ନିର୍ବାଚିତ । ମେଣ୍ଟ ସରକାରରେ ଥିଲେ ସମବାୟ ମନ୍ତ୍ରୀ । ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ ତାଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି । ଦ୍ୱିତୀୟ ଥର ପାଇଁ ସେ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ସୁରମା ପାଢ଼ୀ ୧୯୬୦ ମସିହା ଡିସେମ୍ବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ।

ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର ଓ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ । ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ । ୧୯୯୮ ମସିହାରେ ସେ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ । ୨୦୦୦ ମସିହା ପର୍ଯ୍ୟନ୍ତ ସେ ସେହି ପଦବୀରେ ରହିଥିଲେ । ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ।