ଆରଡି ଆଖଣ୍ଡଳମଣୀ ମନ୍ଦିର ବିକାଶ ପାଇଁ ୧୦ କୋଟି
ଆଖଣ୍ଡଳମଣୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର: ମହାଶିବରାତ୍ରୀ ଅବସରରେ ଭଦ୍ରକ ଆରଡିର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣୀ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀଙ୍କ ସମେତ ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ।
ଏହି ଅବସରରେ ବାବା ଅଖଣ୍ଡଳମଣୀ ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ୧୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ମନ୍ଦିରର ବିକାଶ ଓ ଆଖପାଖ ଅଞ୍ଚଳ ପାଇଁ ପର୍ଯ୍ୟଟନ ବିଭାଗ ୧୦ କୋଟି ଟଙ୍କା ପ୍ରଦାନ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ପାଇଁ ସୁଯୋଗ ପାଇଥିବାରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।