ଆଜି ଦେବସ୍ନାନ ପୂର୍ଣ୍ଣିମା

ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।