ଆଜି ପବିତ୍ର ଦୋଳ ପୂର୍ଣ୍ଣିମା

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ । ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ।

ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ ବାଡ଼ିଖେଳ ମଧ୍ୟ ଯାଉଛି । ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।