ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା

ଭୁବନେଶ୍ୱର : ଓଡିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି । ନଦୀ, ନାଳ , ସମୁଦ୍ର ସବୁଠି ଆ କା ମା ବୈ , ପାନ ଗୁଆ ଥୋଇ, ପାନ ଗୁଆ ତୋର ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସାଉଛନ୍ତି । ମଦୋଦଧିରେ ବୁଡ ପକାଇଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ବାସ ରହିଥିବାକୁ ବେଳାଭୂମିରେ ମଧ୍ୟ ଅସଂଖ୍ୟ ଲୋକଙ୍କ ଭିଡ ଜମିଛି । ସକାଳୁ ସକାଳୁ ଏଥିପାଇଁ ଜଳାଶୟ ଗୁଡ଼ିକରେ ପ୍ରବଳ ଭିଡ଼ ଜମିଛି । ଭୁବନେଶ୍ୱରର ପବିତ୍ର ବିନ୍ଦୁ ସାଗର, ପୁରୀ ମହୋଦଧୀ, କଟକର ମହାନଦୀ, କାଠଯୋଡ଼ି ଭଳି ଅନେକ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ ହୋଇଛି ।