ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ ।ଚାମ୍ପିଅନ୍ସ ଟ୍ରଫି ଫେବୃଆରୀ ୧୯ ରୁ ମାର୍ଚ୍ଚ ୯ ପର୍ଯ୍ୟନ୍ତ ପାକିସ୍ତାନ ଏବଂ ୟୁଏଇର ତିନୋଟି ସ୍ଥାନରେ ଅନୁଷ୍ଠିତ ହେବାକୁ ଯାଉଛି।
ଭାରତୀୟ ଦଳ ଫେବୃଆରୀ ୨୦ରେ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ୍ ଦୁବାଇ ଠାରେ ଖେଳିବେ। ଏହି ଚାମ୍ପିଅନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟରେ ରୋହିତ ଶର୍ମା ଭାରତୀୟ ଦଳର ଅଧିନାୟକ ଭାବରେ ନେତୃତ୍ୱ ନେବେ ।
ବିସିସିଆଇର ଚୟନ କମିଟି ଦ୍ୱାରା ମହମ୍ମଦ ସିରାଜଙ୍କୁ ଦଳରେ ସାମିଲ କରାଯାଇନଥିବା ବେଳେ ଜସପ୍ରୀତ ବୁମରାହ ଏବଂ ମହମ୍ମଦ ଶାମିଙ୍କୁ ଦଳରେ ସାମିଲ କରାଯାଇଛି ।
ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପ-ଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, କୁଲଦୀପ ଯାଦବ, ଜସପ୍ରୀତ ବୁମରାହ, ମହମ୍ମଦ ଶାମି, ଅର୍ଶଦୀପ ସିଂହ, ଯଶସ୍ୱୀ ଜୟସୱାଲ, ରିଷଭ ପନ୍ତ ଏବଂ ରବିନ୍ଦ୍ର ଜାଡେଜା ।