କେନ୍ଦୁଝର/ପାଟଣା(ସାକ୍ସୀ ନ୍ୟୁଜ୍): ପାଟଣା ବ୍ଲକ ଅନ୍ତର୍ଗତ କେନ୍ଦେଇପଶି ଷ୍ଟାଡିୟମ ପରିସରରେ ସୋମବାର ତା-୨୧.୯.୨୦୧୬ଦିନ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ପାଟଣା ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି କ୍ରୀଡ଼ା କାର୍ଯ୍ୟକ୍ରମରେ ଯୋଗଦେଇ ନିଜର କ୍ରୀଡ଼ା ପ୍ରତିଭା ପ୍ରଦର୍ଶନ କରିଥିଲେ ।
କ୍ରୀଡ଼ା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ଶାରୀରିକ ଓ ମାନସିକ ବିକାଶ ସହ ଶୃଙ୍ଖଳା, ଟିମ୍ୱର୍କ ଓ ପ୍ରତିଯୋଗିତାମୂଳକ ମନୋଭାବ ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ବ୍ଲକସ୍ତରୀୟ କ୍ରୀଡ଼ା କାର୍ଯ୍ୟକ୍ରମରେ ପାଟଣା ବ୍ଲକ ଶିକ୍ଷା ଅଧିକାରୀ ‘ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ଓମାନ୍ତ, ‘ଏବିଇଓ ଶ୍ରୀଯୁକ୍ତ ସଚ୍ଚିଦାନନ୍ଦ ସେଠୀ’ ଏବଂ ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ସତ୍ୟଭାମା ମୁଣ୍ଡା ଉପସ୍ଥିତ ଥିଲେ ।
ବିଭିନ୍ନ କ୍ରୀଡ଼ାରେ ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଭାଗ ନେଇଥିଲେ। ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିଥିବା କ୍ରୀଡ଼ାବିତ୍ମାନଙ୍କୁ ଆଗାମୀ ସ୍ତରର ପ୍ରତିଯୋଗିତା ପାଇଁ ଚୟନ କରାଯିବ ବୋଲି ଜଣାପଡ଼ିଛି। କ୍ରୀଡ଼ା ପ୍ରତିଯୋଗିତାକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା। କେନ୍ଦୁଝରରୁ ଦୀନବନ୍ଧୁ ମିଶ୍ରଙ୍କ ରିପୋର୍ଟ ସାକ୍ସୀ ନ୍ୟୁଜ୍ ।