ହକି ବିଶ୍ବକପ୍‌: ପ୍ରଥମ ମ୍ୟାଚ୍‌ ଜିତିଲା ଆର୍ଜେଣ୍ଟିନା

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ହକି ବିଶ୍ବକପ୍‌ର ପ୍ରଥମ ମ୍ୟାଚ୍‌ ଶେଷ ହୋଇଛି। ପ୍ରଥମ ମ୍ୟାଚ୍‌ରେ ଆର୍ଜେଣ୍ଟିନା ଓ ସାଉଥ୍ ଆଫ୍ରିକା ଦଳ ମଧ୍ୟରେ କଡ଼ା ଟକ୍କର ହୋଇଥିବା ବେଳେ ଆର୍ଜେଣ୍ଟିନା ୧-୦ ରେ ବିଜୟୀ ହୋଇଛି। ତୃତୀୟ ହାଫରେ ଆର୍ଜେଣ୍ଟିନା ଦଳ ସାଉଥ୍ ଆଫ୍ରିକାକୁ ଗୋଟିଏ ଗୋଲ ଦେଇଥିଲା। ବୁଧବର ହକି ମହାକୁମ୍ଭର ଦମ୍‌ଦାର୍ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ଆଜିଠାରୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି।