ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ମ୍ୟାଚରେ ବିଶ୍ୱ ବିଜେତା ଅଷ୍ଟ୍ରେଲିଆ ଠାରୁ ହାରିଛି ଭାରତୀୟ ମହିଳା ଦଳ । ଭାରତ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ବଳରେ ୧୫୪ ରନ କରିଥିଲା । ଜବାବରେ ଅଷ୍ଟ୍ରେଲିଆ ୭ ୱିକେଟ ହରାଇ ଧାର୍ଯ୍ୟ ଟାର୍ଗେଟକୁ ହାସଲ କରିଛି । ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପ୍ରଥମଥର ମହିଳା କ୍ରିକେଟକୁ ସାମିଲ କରାଯାଇଛି । ଏହି ଟି-୨୦ ଫର୍ମାଟର ପ୍ରଥମ ମ୍ୟାଚରେ ଭାରତ ଓ ଅଷ୍ଟ୍ରେଲିଆ ମୁହାଁମୁହିଁ ହୋଇଥିଲେ । କିନ୍ତୁ ଏହି ମ୍ୟାଚରେ ଭାରତକୁ ହାରିବାକୁ ପଡ଼ିଛ ।