ଟି୨୦ ବିଶ୍ବକପ୍‌ : ପାକିସ୍ତାନକୁ ହରାଇଲା ଭାରତ

ବୋଲରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଚଳିତ ଟି-୨୦ ବିଶ୍ଵକପରେ ଚିର ପ୍ରତିଦ୍ଵନ୍ଦୀ ପାକିସ୍ତାନକୁ ଭାରତ ପରାସ୍ତ କରିଛି। ବୋଲିଂରେ ଘାଇଲା କଲେ ବୁମ୍‌ରା ଓ ପାଣ୍ଡ୍ୟା। ରୋମାଞ୍ଚକର ମୁକାବିଲରେ ୬ ରନରେ ବିଜୟୀ ହୋଇଛି ଟିମ୍ ଇଣ୍ଡିଆ। କମ୍ ସ୍କୋର ଥିଲେ ବି ଭାରତର ଘାତକ ବୋଲିଂରେ ମାଟି କାମୁଡିଛି ପାକିସ୍ତାନ। ନ୍ୟୁୟର୍କରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୧୨୦ ରନ୍ ବିଜୟ ଲକ୍ଷ୍ୟ ଦେଇଥିଲା । ଜବାବରେ ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୧୧୩ ରନ୍ କରି ପାରିଥିଲା। ଯଶପ୍ରୀତ ବୁମରା ୩ଟି, ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଏବଂ ଅକ୍ଷର ପଟେଲ ଓ ଅର୍ଶଦୀପ ସିଂ ଗୋଟିଏ ଲେଖାଏ ୱିକେଟ ନେଇଥିଲେ।