ଅଷ୍ଟ୍ରେଲିଆକୁ ୨ ୱିକେଟରେ ହରାଇଲା ଟିମ୍ ଇଣ୍ଡିଆ

ବିଶ୍ୱକପର ବଦଲା ଟି-୨୦ ସିରିଜରେ ନେଲା ଭାରତ। ବିଶାଖାପଟନମ ୱାଇଏସ୍‌‌ ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଖେଳାଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ସିରିଜରେ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ। ୨ ୱିକେଟରେ ଅଷ୍ଟ୍ରେଲିଆ ଦଳକୁ ପରାସ୍ତ କରିଛି ଭାରତ।

ଦିନିକିଆ ବିଶ୍ୱକପ ୨୦୨୩ରେ ଅହମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତକୁ ପରାସ୍ତ କରି ବିଜୟୀ ହୋଇଥିଲା ଅଷ୍ଟ୍ରେଲିଆ ଦଳ। ଏହା ପରେ ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଆରମ୍ଭ ହୋଇଛି ୫ ମ୍ୟାଚ୍‌‌ ବିଶିଷ୍ଟ ଟି-୨୦ ସିରିଜ।