କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶାର ସୁନା ପୁଅ ପାରା ଅଲମ୍ପିଆନ ପ୍ରମୋଦଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଐତିହାସିକ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରମୋଦ ଭଗତ ଓଡ଼ିଶା ଫେରିଛନ୍ତି। ଭଗତ ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଭେଟିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୂର୍ବ ଘୋଷଣା ଅନୁସାରେ ପ୍ରମୋଦଙ୍କୁ ୬ କୋଟି ପୁରସ୍କାର ରାଶିର ଚେକ୍ ପ୍ରଦାନ କରିଛନ୍ତି।

ସୂଚନା ଯୋଗ୍ୟ,ପାରାଲିମ୍ପିକ୍ସରେ ପ୍ରଥମ ଭାରତୀୟ ଭାବେ ବ୍ୟାଡ୍‌ମିଣ୍ଟନରେ ସ୍ୱର୍ଣ୍ଣ ପଦକ ହାସଲ କରିବାର ରେକର୍ଡ ପ୍ରମୋଦ ଭଗତଙ୍କ ନାଁରେ ଯୋଡ଼ି ହୋଇଯାଇଛି।
ବିଶ୍ୱ ଚାମ୍ପିଅନଶିପରେ ପ୍ରମୋଦ ଭଗତ ୪ ଥର ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ୨୦୧୮ ଏସିଆନ୍ ପାରା ଗେମ୍ସରେ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ବ୍ରୋଞ୍ଜ ପଦକ ଜିତିଥିଲେ। ୫ ବର୍ଷ ବର୍ଷ ହୋଇଥିବା ବେଳେ ପୋଲିଓର ଶିକାର ହୋଇଥିବା ପ୍ରମୋଦ ଭଗତ ହେଉଛନ୍ତି ଦେଶର ସର୍ବଶ୍ରେଷ୍ଠ ପାରା ଶଟଲର। ସେ ୪୫ଟି ଅନ୍ତର୍ଜାତୀୟ ପଦକ ଜିତିଛନ୍ତି।