ଅହମଦାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ହୋଇଥିବା ତୃତୀୟ ଦିନିକିଆ ମ୍ୟାଚ୍ ର ଅନ୍ତିମ ମୁକାବିଲା ବୁଧବାର ଅହମଦାବାଦ୍ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିଲା । ଏହି ମ୍ୟାଚ୍ରେ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା । ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଥିଲା । କିନ୍ତୁ ଇଂଲଣ୍ଡ ୩୪.୨ ଓଭରରେ ସମସ୍ତ ୱିକେଟ ହରାଇ ୨୧୪ ରନ କରିବାକୁ ସକ୍ଷମ ହୋଇଥିଲା । ଭାରତ ତୃତୀୟ ଦିନିକିଆ ମ୍ୟାଚ୍ ର ଅନ୍ତିମ ମୁକାବିଲା କୁ ୩-୦ ରେ ଜିତିପାରିଛି ।