ୱାର୍ଲ୍ଡ କପ୍ ହକି ଟୁର୍ଣ୍ଣାମେଣ୍ଟ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଦୁଇଟି ହକି ସ୍ୱତନ୍ତ୍ର ଟ୍ରେନ୍
ଜାନୁୟାରୀ 2023 ରେ ଭୁବନେଶ୍ୱର ଏବଂ ରାଉରକେଲା ଠାରେ ଅନୁଷ୍ଠିତ ହେବାକୁ…..
02834 ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଭୁବନେଶ୍ୱରରୁ 14 ରୁ 30 ଜାନୁୟାରୀ 2023 ମଧ୍ୟରେ ପ୍ରତ୍ୟେକ ସୋମବାର, ବୁଧବାର, ଗୁରୁବାର ଏବଂ ଶନିବାର ଦିନ ମାନଙ୍କରେ ସନ୍ଧ୍ୟା 8.25 ମି.ରେ ଛାଡି ରାଉରକେଲା ଯାତ୍ରା କରିବ |
ଫେରିବା ମାର୍ଗରେ 02833 ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ରାଉରକେଲା ଠାରୁ 15 ରୁ 31 ଜାନୁୟାରୀ 2023 ମଧ୍ୟରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଏବଂ ରବିବାର ଦିନ ମାନଙ୍କରେ ରାତ୍ରୀ 11.25 ମି.ରେ ଭୁବନେଶ୍ୱର ଯାତ୍ରା କରିବ |
ଏହି ଟ୍ରେନରେ ଗୋଟିଏ ଏସି-2 ଟାୟାର, ତିନିଟି ଏସି -3 ଟାୟାର, ଆଠଟି ସ୍ଲିପର କ୍ଲାସ, ଚାରିଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ହେବାକୁ ଥିବାବେଳେ ଏହା ଭୁବନେଶ୍ୱର ଓ ରାଉରକେଲା ମଧ୍ୟରେ ଉଭୟ ପାର୍ଶ୍ୱରୁ କଟକ, ଢେଙ୍କାନାଳ, ତାଳଚେର ରୋଡ଼, ଅନୁଗୁଳ, ସମ୍ବଲପୁର ସିଟି ଏବଂ ଝାରସୁଗୁଡା ମଧ୍ୟରେ ରହଣି କରିବ |
02836/02835 ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ୍ 14 ରୁ 31 ଜାନୁୟାରୀ 2023 ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ | ଏହି ଟ୍ରେନ ପୁରୀ ଠାରୁ ସକାଳ 05ଘ.15ମି.ରେ ଛାଡି ରାଉରକେଲା ଠାରେ ଅପରାହ୍ନ 12ଘ.45ମି.ରେ ପହଞ୍ଚିବ | ଫେରିବା ମାର୍ଗରେ ଏହା ରାଉରକେଲା ଠାରୁ ଅପରାହ୍ନ 01ଘ.30ମି.ରେ ଛାଡି ପୁରୀ ଠାରେ ରାତ୍ରୀ 10ଘ.30ମି.ରେ ପହଞ୍ଚିବ |
ଏହି ଟ୍ରେନରେ ଦୁଇଟି ଏସି -3 ଟାୟାର୍, ତିନିଟି ସ୍ଲିପର୍ କ୍ଲାସ୍, ଛଅ ଟି ଦ୍ୱିତୀୟ ଶ୍ରେଣୀ ସିଟିଙ୍ଗ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଏବଂ ଜେନେରେଟର କାର୍ ଉପଲବ୍ଧ ଥିବାବେଳେ ଏହା ଉଭୟ ପାର୍ଶ୍ୱରୁ ପୁରୀ ଓ ରାଉରକେଲା ମଧ୍ୟରେ ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, ନରାଜ ମାର୍ଥାପୁର, ଢ଼େଙ୍କାନାଳ, ତାଳଚେର ରୋଡ୍, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ସିଟି, ଝାରସୁଗୁଡା ଏବଂ ରାଜଗଙ୍ଗପୁର ଷ୍ଟେସନ ମାନଙ୍କ ଠାରେ ରହଣି କରିବ |
ଏହା ବ୍ୟତୀତ 02832/02831 ଭୁବନେଶ୍ୱର-ଧାନବାଦ୍-ଭୁବନେଶ୍ୱର ସ୍ପେଶାଲ୍ ମଧ୍ୟ ପ୍ରତ୍ୟେକ ମଙ୍ଗଳବାର, ଶୁକ୍ରବାର ଏବଂ ରବିବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ସୋମବାର, ବୁଧବାର ଏବଂ ଶନିବାର ଦିନ ଧାନବାଦ୍ରୁ ରାଉରକେଲା ମାର୍ଗ ଦେଇ ଚଳାଚଳ କରୁଅଛି |
ସେହିଭଳି ରାଉରକେଲା-ଗୁଣୁପୁର-ରାଉରକେଲା ରାଜ୍ୟରଣୀ ଏକ୍ସପ୍ରେସ, ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ, ପୁରୀ-ହଟିଆ ତପସ୍ୱିନୀ ଏକ୍ସପ୍ରେସ, ଭୁବନେଶ୍ୱର-ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ଏକ୍ସପ୍ରେସ, ପୁରୀ-ରାଉରକେଲା-ପୁରୀ ଏକ୍ସପ୍ରେସ ଟ୍ରେନ ଗୁଡିକ ଦୈନିକ ଚଳାଚଳ କରୁଛି ଯାହାକି ଭୁବନେଶ୍ୱର ଓ ରାଉରକେଲାକୁ ଟ୍ରେନ ମାଧ୍ୟମରେ ସଂଯୋଗ କରୁଛି |
ଉପରୋକ୍ତ ବ୍ୟତୀତ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ଭାୟା ଅନୁଗୁଳ ଓ ଝାରସୁଗୁଡା ଏବଂ ଭୁବନେଶ୍ୱର-ଆନନ୍ଦ ବିହାର ଏକ୍ସପ୍ରେସ ଟ୍ରେନ ଭାୟା ଅନୁଗୁଳ ଓ ଝାରସୁଗୁଡା ମଧ୍ୟ ଭୁବନେଶ୍ୱର ଏବଂ ରାଉରକେଲା ମଧ୍ୟରେ ସାପ୍ତାହିକ ଭାବେ ଉପଲବ୍ଧ ଅଛି |